ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୭୬୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୫୦୧୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୯୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୪୫ ଜଣଙ୍କ ମଧ୍ୟରୁ ୮୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ସବୁଠାରୁ ଅଧିକ ୨୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫ , ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବୌଦ୍ଧ ଜିଲ୍ଲାରୁ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହନ୍ତି । ଖୋର୍ଦ୍ଧାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ନୂଆପଡା ଜିଲ୍ଲାରୁ ୧ ସକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୬, ଷ୍ଟେଟ୍ ପୁଲରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।