ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୨୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୦୦୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୫୫୪୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୧୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୦ ଜଣଙ୍କ ମଧ୍ୟରୁ ୬୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସବୁଠାରୁ ଅଧିକ ୨୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪, ଷ୍ଟେଟ୍ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।