ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୨୪୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୫୯୮୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୧୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୨୮ ଜଣଙ୍କ ମଧ୍ୟରୁ ୭୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ଜିଲ୍ଲାରୁ ସବୁଠାରୁ ଅଧିକ ୧୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୭ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୨ ଓ ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ଗଜପତି ଜିଲ୍ଲାରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ମଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଓ ରାୟଗଡ଼ା ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୨, ଷ୍ଟେଟ୍ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।