-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୬୨୬
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୬୨୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୫୬୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୯୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୬ ଜଣଙ୍କ ମଧ୍ୟରୁ ୫୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସବୁଠାରୁ ଅଧିକ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରୁ ୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଜପତି ଜିଲ୍ଲାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ରାୟଗଡ଼ା ଜିଲ୍ଲାର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୪, ଷ୍ଟେଟ୍ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।