ଭୁବନେଶ୍ୱର, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଆର୍ ଆଣ୍ଡ ବି ଡିଭିଜନ୍ ନଂ-୪ର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଭିଜିଲାନ୍ସ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।
ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ଯେ ଏହି ଚଢାଉରେ 5 ଜଣ ଡିଏସପି, 11 ଜଣ ଇନିସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ମାନେ ସାମିଲ ଅଛନ୍ତି । ଖୋର୍ଧା, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଏହି ଚଢାଉ କରାଯାଉଛି ।