ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୬୯୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୬୭୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୫୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୬୮ ଜଣଙ୍କ ମଧ୍ୟରୁ ୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ସବୁଠାରୁ ଅଧିକ ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪, ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଗଜପତି ଜିଲ୍ଲାରୁ ୭ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ମଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ୧-୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡ଼ା ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୧, ଷ୍ଟେଟ୍ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।