ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୮୫୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୯୩୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୫୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରୁ ୪୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସବୁଠାରୁ ଅଧିକ ୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବରଗଡ ଜିଲ୍ଲାର ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ତଥା ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା । ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଦେବଗଡ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେେଳେ କେନ୍ଦୁଝର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥବା ବେଳେ ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ରାୟଗଡ଼ା ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୬, ଷ୍ଟେଟ୍ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।