-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୦୩୬
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୦୩୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୧୫୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୭୯ ଜଣଙ୍କ ମଧ୍ୟରୁ ୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ତଥା ଭଦ୍ରକ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା । ବଲାଙ୍ଗୀର ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୮ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ, ନୂଆପଡା, ପୁରୀ, ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୯, ଷ୍ଟେଟ୍ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।