ଭୁବନେଶ୍ୱର, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ୍-ଟି ସଚିବ ଭି.କେ ପାଣ୍ଡିଆନ୍ ରାଉରକେଲାରେ ପହଂଚି ସେଠାରେ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ତଦାରଖ କରିଛନ୍ତି । ଷ୍ଟାଡିୟମ ବୁଲି ଦେଖିବା ସହ ଜାରି ରହିଥିବା କାମର ସେମାନେ ଅନୁଧ୍ୟାନ କରିଛନ୍ତି ।
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହ କ୍ରୀଡା ସଚିବ ଭିନୀଲ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରାଉରକେଲା ମହାନଗର ନିଗମର କମିଶନର ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତଥିଲେ ।