ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୧୫୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୩୫୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୫ ଜଣଙ୍କ ମଧ୍ୟରୁ ୨୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ୧ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ । ବାଲେଶ୍ୱର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ,ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା, ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ରାୟଗଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।
Related Stories
November 23, 2024