
ଯାଜପୁର, ନିଖୋଜ ଯୁବକଙ୍କ ମୃତଦେହ ଏକ ପରିତ୍ୟକ୍ତ କୂଅରୁ ଉଦ୍ଧାର ହୋଇଛି । ଯାଜପୁର ଜିଲ୍ଲା ଯଖପୁରା ଥାନା ଅନ୍ତର୍ଗତ ଅସନବାହାଳୀ ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ମୃତଦେହ ରବିବାର ଉଦ୍ଧାର ହୋଇଛି ।
ମୃତ ଯୁବକ ହେଲେ ଯଖପୁରା ଗ୍ରାମର ବେଣୁଧର ବେହେରାଙ୍କ ପୁଅ ବିଦ୍ୟାଧର ବେହେରା (୨୮) । ସେ ଗତ ତିନି ଦିନ ହେବ ନିଖୋଜ ଥିଲେ । ତେବେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଁଚି ମୃତକଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।