
-
ସହକାରୀ ଯନ୍ତ୍ରୀଙ୍କ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ
କେନ୍ଦୁଝର, ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆନନ୍ଦପୁର ସ୍ଥିତ କେନ୍ଦୁଝର ବୈତରଣୀ କେନାଲ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଶାସିନୀଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି । ତାଙ୍କ ଘର, କାର୍ଯ୍ୟାଳୟ, ସରକାରୀ ବାସଭବନ ସମେତ ମୋଟ୍ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ଉ କରିଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଭିଜିଲାନ୍ସର ୮ଟି ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି । ତେବେ ଚଢ଼ଉ ଜାରୀ ରହିଥିବାରୁ ଏନେଇ ସବିଶେଷ ତଥ୍ୟ ମିଳିପାରିନାହିଁ ।