ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୨୨୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୪୯୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୨ ଜଣଙ୍କ ମଧ୍ୟରୁ ୧୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ଜିଲ୍ଲାରୁ ସବୁଠାରୁ ଅଧିକ ୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ,ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଂକାନାଳ ଜିଲ୍ଲାରୁ ୧. ଗଜପତି ଜିଲ୍ଲାରୁ ୭ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଓଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା . କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି ।