
ଭୁବନେଶ୍ୱର,ଆସନ୍ତା ମାର୍ଚ୍ଚ ୨୮ ତାରିଖରୁ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ । ଏସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି । ସକାଳ ୭ଟା ୩୦ରୁ ସକାଳ ୯ଟା ୩୦ ପର୍ଯ୍ୟନ୍ତ ଅଙ୍ଗନବାଡ଼ି କେନ୍ଦ୍ରଖୋଲା ରହିବ । ଯଦି କୌଣସି ଠାରେ ଅସୁବିଧା ଥାଏ, ତାହାହେଲେ ସ୍ଥାନୀୟ ପ୍ରଶାସନ ନିଷ୍ପତି ନେବ । ସବୁ ଅଙ୍ଗନବାଡି କର୍ମୀ ସମ୍ପୂର୍ଣ୍ଣ କୋଭିଡ୍ ଟିକା ନେବା ବାଧ୍ୟତାମୂଳକ କରାଯାଇଛି । ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇ ନ ଥାନ୍ତି, ତାହାହେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ରାଜ୍ୟ ସରକାର କହିଛନ୍ତି ।
ମହାମାରୀ କରୋନା ପାଇଁ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ରହିଥିଲା ଅଙ୍ଗନବାଡ଼ି କେନ୍ଦ୍ର । କିନ୍ତୁ ଛୋଟ ପିଲାଙ୍କ ପାଇଁ ଖାଦ୍ୟ ସାମଗ୍ରୀ ଅଙ୍ଗନବାଡ଼ି କର୍ମୀଙ୍କ ମାଧ୍ୟମରେ ଯୋଗାଇ ଦେଉଥିଲେ ରାଜ୍ୟ ସରକାର ।