ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୨୮୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୫୮୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୬୦ ଜଣଙ୍କ ମଧ୍ୟରୁ ୩୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରୁ ସବୁଠାରୁ ଅଧିକ ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜେଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧. ବଲାଙ୍ଗୀର ଜିଲ୍ଲାରୁ ୪ ଓ ବୌଦ୍ଧ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଓଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା . କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜି୍ଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା, ପୁରୀ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ରାୟଗଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି ।