
-
ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ
ଭୁବନେଶ୍ୱର, ରାଜ୍ୟ ସରକାର ବୁଧବାର ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ଟେଷ୍ଟିଂ ଆଣ୍ଡ କାଲିବରେସନ୍) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ଇଡି ଆଣ୍ଡ ଇନସ୍ପେକସନ୍) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ସେ ୧୦ ହଜାର ଟଙ୍କାର ଲାଂଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଂଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି ।