
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୪୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୭୮୭୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୧୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୮ ଜଣଙ୍କ ମଧ୍ୟରୁ ୨୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାରୁ ସବୁଠାରୁ ଅଧିକ ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରୁ ୧. ବଲାଙ୍ଗୀର ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୭ ଜଣ ସଂକ୍ରମିତ ହୋଇଛନ୍ତି । ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ୍ କଳାହାଣ୍ଡି ଜିଲ୍ଲାରୁ ଓ କନ୍ଧମାଳ ଜିଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି ।