
ଭୁବନେଶ୍ୱର, ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତ ବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ଆଜି ଆରମ୍ଭ ହେବ । ଭୁବନେଶ୍ୱରର ଜନତା ମୈଦାନରେ ହେବାକୁ ଥିବା ଏହି ମେଳା ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ । ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଥିଲେ ।
ଏଥିରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାର ଏହି ହସ୍ତଶିଳ୍ପ ମେଳାରେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ । ଦେଶର ଗୁରୁତ୍ୱପୂର୍ଣ୍ଣ ସାଂସ୍କୃତିକ ପ୍ରାଣ କେନ୍ଦ୍ର ଭୁବନେଶ୍ୱରରେ ପ୍ରତିବର୍ଷ ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ଆୟୋଜନ ହୋଇଥାଏ ।