
ଭୁୁବନେଶ୍ୱର, ଆସନ୍ତା ଏପ୍ରିଲ ୨ ତାରିଖରୁ ରାଜ୍ୟ ସମସ୍ତ ସ୍କୁଲ ସକାଳୁଆ ହେବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତି ନେଇଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସକାଳ ୧୦ଟା ପର୍ଯ୍ୟନ୍ତ ଚାଲିବ । ସେହିପରି ନବମ ଓ ଦଶମ ଶ୍ରେଣୀ ସକାଳ ୭ଟାରୁ ସକାଳ ୧୧ ଟା ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ସୂଚନା ଦେଇଛନ୍ତି ।