ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୦୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୦୩୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୯ ଜଣଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରୁ ସବୁଠାରୁ ଅଧିକ ୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ୨ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁର ଜିଲ୍ଲାରୁ ୩ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି ।