ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୬୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୧୨୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୧ ଜଣଙ୍କ ମଧ୍ୟରୁ ୧୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାର ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ, ବଲାଙ୍ଗୀର ବୌ. କଟକ, ଦେବଗଡ, ଢେଂକାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ସମ୍ବଲପୁର ଜିଲ୍ଲାରୁ ୩ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।