-
ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର, ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ଅତିରିକ୍ତ ମାଗଣା ଚାଉଳ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି । ଏହାଫଳରେ ଏପ୍ରିଲରୁ ସେପ୍େଟମ୍ବର ମାସ ଯାଏଁ ହିତାଧିକାରୀଙ୍କୁ ମାଗଣା ଚାଉଳ ମିଳିବ । ଏଥିରେ ରାଜ୍ୟର ୮.୦୯ ଲକ୍ଷ ହିତାଧିକାରୀ ଉପକୃତ ହେବେ ବୋଲି ଜଣାଯାଇଛି । ଏହା ବାବଦରେ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ ହେ ବ ବୋଲି ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଆସନ୍ତା ୬ମାସ ପାଇଁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମାଗଣାରେ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ମାଗଣାରେ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ ଏପ୍ରିଲ ୨୦୨୨ରୁ ସେପ୍େଟମ୍ବର ମାସ ପର୍ଯ୍ୟନ୍ତ ମାସିକ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ । ଏଥିପାଇଁ ୨୪,୨୭୦ଟନ୍ ଚାଉଳ ପ୍ରଦାନ କରାଯିବ । ଏଥିଲାଗି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ ।