
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୦୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୧୬୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୦ ଜଣଙ୍କ ମଧ୍ୟରୁ ୨୪ଜଣ ସଂଗରୋଧରୁ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ, ବଲାଙ୍ଗୀର ବୌ. କଟକ, ଦେବଗଡ, ଢେଂକାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ସମ୍ବଲପୁର ଜିଲ୍ଲାରୁ ୫ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ଓ ଷ୍ଟେଟ୍ ପୁଲରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।