ଭୁବନେଶ୍ୱର, ଆଗାମୀ ୬ ତାରିଖ ଦିନ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଖାପାଖି ଅଂଚଳରେ ବାୟୁ ମଣ୍ଡଳରେ ଏକ ଘୁର୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ବୁଲେଟିନରେ କୁହା ଯାଇଛି ଯେ – ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତୀ ଅଂଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଂଟା ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଆଣ୍ଡାମାନ ସାଗର ଆଖପାଖ ଅଂଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି ।