
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୩୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୨୩୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୬ ଜଣଙ୍କ ମଧ୍ୟରୁ ୨୧ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସୁନ୍ଦରଗଡ ଜିଲ୍ଲାରୁ ସବୁଠାରୁ ଅଧିକ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ, ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଓ କଟକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଦେବଗଡ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଂକାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଜଗତସିଂହପୁର ଜିଲ୍ଲାରୁ ୧ ତଥା ଯାଜପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ସମ୍ବଲପୁର ଜିଲ୍ଲାରୁ ୪ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୯ ଓ ଷ୍ଟେଟ୍ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।