ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪,୬୫,୯୦୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୭୯,୦୭,୬୪,୮୮୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୦୯୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୦୯୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୧ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩,୦୧୩ ଥିବା ବେଳେ ବର୍ତମାନ ସୁଦ୍ଧା ୫,୨୧,୩୪୫ ଜଣ ମୃତ୍ୟୁ ବରଣ କରିଛନ୍ତି ।