
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୪୨
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୪୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୨୭୦ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି