
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୭୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୩୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ ୧୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗତ ୨୪ ଘଂଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ହୋଇ ଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଅନ୍ୟ ୨୩ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ଜଣେ ହେଲେ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।