କଟକ, କଟକ ମହାନଗର ନିଗମ ନବନିର୍ବାଚିତ ମେୟର ସୁବାସ ସିଂହ ଗୁରୁବାର ଦିନ ଶପଥ ଗ୍ରହଣ କରିଛନ୍ତି । ଏହା ସହିତ ଅନ୍ୟ ୱାର୍ଡର କର୍ପୋରେଟର ମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ଉତ୍ସବ ସ୍ଥାନୀୟ ସହିଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି ।
ଏହି ଶପଥ ଗ୍ରହଣ କାର୍ଯକ୍ରମରେ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି, ସିଏମସି କମିଶନର ଅନ୍ୟାନ୍ୟ ଦାସ, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ସିଏମସି ପ୍ରଶାସକ ଅନୀଲ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ ।