
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୦୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୪୧୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ୧୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାୁ ୧, ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ୧-୧ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଯାଜପୁର, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କେନ୍ଦ୍ରାପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁର ଜିଲ୍ଲାରୁ ୪ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।