ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୨୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୪୪୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୮ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୨ ଜଣଙ୍କ ମଧ୍ୟରୁ ୧୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲାରୁ ୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧ ଓ ବଲାଙ୍ଗୀର ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୪ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ପାରି ନାହାନ୍ତି । ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇ ନାହାନ୍ତି । ଯାଜପୁର ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତିି । ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁର ଜିଲ୍ଲାରୁ ୪ ଓ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।