ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୩୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୪୮୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧ ଜଣଙ୍କ ମଧ୍ୟରୁ ୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲାରୁ ୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ପାରି ନାହାନ୍ତି । ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇ ନାହାନ୍ତି । ଯାଜପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ଓ ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ, ନୂଆପଡା, ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁର ଜିଲ୍ଲାରୁ ୨ ଓ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୁଲରୁ ରଗ୍ଧ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।