
ପୁରୀ, ଆଜି ଅପରାହ୍ନରେ ପୁରୀ-କୋଣାର୍କ ରାସ୍ତାର ବାଲିଗୁଆଳି ଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ୫-ଟି ସଚିବ ଭି. କାର୍ତିକେୟନ ପାଣ୍ଡିଆନ, ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବିଧାୟକ ଓ ମନ୍ତ୍ରୀ ମାନେ ଉପସ୍ଥିତ ଥିଲେ ।