ଭୁବନେଶ୍ୱର , ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି , ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାସହ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବିଜୁଳି , ଘଡଘଡି ଓ ବର୍ଷା ହେବାର ସମ୍ଭାବନା ରହିଥିବା ପ୍ରକାଶ । କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତା ଏପ୍ରିଲ ୧୪ରୁ ୧୫ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୫ରୁ ୧୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ , ପୁରୀ, କେନ୍ଦୁଝର ଓ ମୟୁରଭଂଜ ଏବଂ ୧୬ରୁ ୧୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାଳରେ କାଳବୈଶାଖୀ ସମ୍ଭାବନା ରହିଛି ।