ଭୁବନେଶ୍ୱର, ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ବର୍ଷା କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ରାଜ୍ୟର ମାଲକାନଗିରି , କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଂଜାମ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆକାଶ ମେଘୁଆ ରହିବା ସହ ଅପରାହ୍ନ/ ସନ୍ଧ୍ୟା ଆଡ଼କୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ସହିତ ଆକାଶ ଆଂଶିକ ମେଘୁଆ ରହିବ । କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଛାଡିଲେ ଅନ୍ୟ କୌଣସି ସ୍ଥାନରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନାହିଁ ।