
-
ବିଜୁ ବାବୁଙ୍କୁ ପ୍ରତିମୂର୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ,ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ଏହି ଅବସରରେ ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଉପସ୍ଥିତ ରହି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଓଡ଼ିଆ ଜାତି ବିଜୁବାବୁଙ୍କୁ ସ୍ମରଣ କରୁଛନ୍ତି ବୋଲି ଏହି ଅବସରରେ ଅତିଥି ମାନେ କହିଥିଲେ ।