
ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ପୂର୍ବତନ ମୁଖ୍ଯମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି – ଓଡ଼ିଶାର ବରପୁତ୍ର ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି । ସେ ଦେଖାଇ ଯାଇଥିବା ମାର୍ଗ ଏବେ ଓଡ଼ିଶାକୁ ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି । ତାଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା ପାଇଁ ଅନୁପ୍ରେରିତ କରିବ ।