
ଭୁବନେଶ୍ୱର.ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ଭୁବନେଶ୍ୱର ବିଜେଡି ଜିଲ୍ଲା ପକ୍ଷରୁ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି ।
ଏହି ଅବସରରେ ଭୁବନେଶ୍ୱର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା କରାଯାଇଛି । ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ, ବିଧାୟକ ଅନନ୍ତ ନାରାୟଣ ଜେନା ଓ ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।