
ପୁରୀ, ଦଇତାପତି ସାହିରେ ଆଜି ସକାଳେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ପୁରୀ ମେଡିକାଲ ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଖବର ପାଇ ଟାଉନ ଥାନା ପୋଲିସ ସାଇଂଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ପୂର୍ବ ଶତୃତାକୁ କେନ୍ଦ୍ର କରି ତାଙ୍କ ଉପରେ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି ।