
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୬୪୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୬୪୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦ ଜଣଙ୍କ ମଧ୍ୟରୁ ୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ । ବଲାଙ୍ଗୀର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ସେହିପରି ଖୋର୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅବଶିଷ୍ଟ ୨୬ଟି ଜିଲ୍ଲା ଓ ଷ୍ଟେଟ ପୁଲ ରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।