-
ରାଜ୍ୟ ସରକାରଙ୍କ ନିଷ୍ପତିି
-
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି
-
ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା
-
ବୋନସ ଓ ଅନ୍ୟାନ୍ୟ ଭତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର
-
ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟ କର୍ମଚାରୀ
ଭୁବନେଶ୍ୱର,ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତି ଗ୍ରହଣ କରିଛନ୍ତି । ଏହି ନିଷ୍ପତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି ।
ଏହାଦ୍ୱାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।
ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି । ଏହାଦ୍ୱାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ଉପକୃତ ହେବେ ।
ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।