
ରାୟଗଡ଼ା, କଲ୍ୟାଣସିଂହପୁର ଡେପୁଟି ରେଞ୍ଜର ବ୍ରଜମୋହନ ଭୋଇଙ୍କ ମୃତଦେହ ଆଜି ତାଙ୍କ ସରକାରୀ ବାସଭବନରୁ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଚଳାଇଛି । ତେବେ ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି । କିପରି ଓ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ପୋଲିସ ସେନେଇ ଛାନଭିନ୍ ଚଳାଇଛି ।