-
୭ ଦିନ ମଧ୍ୟରେ ମନ୍ଦିରର ଉନ୍ନତିକରଣ ଯୋଜନା ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପିତ କରାଯିବ
ଭୁବନେଶ୍ୱର , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ୫ଞ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ ସେବାୟତ, ଜିଲ୍ଲାପ୍ରଶାସନ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରିଛନ୍ତି ।
ମନ୍ଦିରର ଉନ୍ନତି କରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ । ସୂଚନାଯୋଗ୍ୟ ଯେ କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ । ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି । ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା କରିବ ।
ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ୫-ଟି ସଚିବ ଆଲୋଚନା କରିବା ସହ ମନ୍ଦିରର ଅଞ୍ଚଳ ବୁଲି ଦେଖିଛନ୍ତି । ମନ୍ଦିରରେ ଥିବା ସମସ୍ୟା, ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ -ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାମ ହାତକୁ ନିଆଯାଇଛି ବୋଲି ଜଣାଯାଇଛି । ମନ୍ଦିରକୁ ଅଧିକ ସୁନ୍ଦର କରିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ସମସ୍ତଙ୍କ ସହଯୋଗରେ ମନ୍ଦିରର ବିକାଶମୂଳକ କାର୍ଯ୍ୟ ଆରମ୍ଭ ହେବ । ୫-ଟି ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିଶନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।