ଭୁବନେଶ୍ବର, ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେବେ ।