
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଜାତିର ସ୍ୱାଭିମାନ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି । ରାଜ୍ୟକୁ ଶିଳ୍ପ ସମୃଦ୍ଧ କରିବା ସହ ଓଡ଼ିଆ ଭାଷା, ସାହିତ୍ୟ ଓ ଶିକ୍ଷାର ପ୍ରସାର କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ।