
ଭୁବନେଶ୍ୱର, ଆଜି ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଯୁକ୍ତ ୨ ପରୀକ୍ଷା ଦେବାକୁ ଯାଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ଚାପମୁକ୍ତ ହୋଇ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ଦିଗରେ ଯତ୍ନବାନ ହେବା ସହ ସମସ୍ତଙ୍କର ସଫଳତା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।