
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୦୨୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୭୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ସଂଗରୋଧରୁ ଓ ୩ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଯାଜପୁର ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧ ଓ କନ୍ଧମାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା ଜିଲ୍ଲାରୁ ୧ ଜଣ ତଥା ଖୋର୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରୁ ୧ ଜଣ ସଂକ୍ରମିତ ହୋଇଛନ୍ତି । ଅବଶିଷ୍ଟ ୨୪ ଟି ଜିଲ୍ଲାରୁ ଓ ଷ୍ଟେଟ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।