
ଭୁବନେଶ୍ୱର, ଓଡିଆ ଜାତିର ଗର୍ବ ଓ ଗୌରବ, ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର କର୍ଣ୍ଣଧାର ଓଡିଶାର ମହାନ୍ ବରପୁତ୍ର ଉତ୍କଳଗୌରବ ମଧୁସୂଦନ ଦାସଙ୍କର୧୭୪ତମ ଜୟନ୍ତୀ ପାଳନ ଅବସରରେ ଆଜି ସ୍ଥାନୀୟ ରାଜଭବନ ଛକଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ମଧୁବାବୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ଉତ୍କଳଗୌରବ ମଧୁସୁଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁଏଠାରେ ଆୟୋଜିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ, ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ)ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ଅନ୍ୟ ପଦାଧିକାରୀ, ସହରର ବହୁ ବୁଦ୍ଧିଜୀବୀ, ମାନ୍ୟଗଣ୍ୟ ବ୍ୟକ୍ତି, ଉତ୍କଳ ସମ୍ମିଳନୀ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ଏହି ଅବସରରେ ଏଠାରେ ଉପସ୍ଥିତ ରହି ଉତ୍କଳଗୌରବଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।