
ଭୁବନେଶ୍ୱର, ଆଜି ଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ପରୀକ୍ଷାରେ ଉତମ ପ୍ରଦର୍ଶନ ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।