
ଭୁବନେଶ୍ୱର,ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍ଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ରବିବାର ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।
ଏହି ସମାରୋହରେ ମନ୍ତ୍ରୀ ଶ୍ରୀ ସିଂହ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍ଲାଇନ୍ ପୋର୍ଟାଲ (ଷଗ୍ଧଗ୍ଧକ୍ଟ୍ରଗ୍ଦ:ଦଦଦ୍ଭସକ୍ସଜ୍ଞବଦ୍ଭଗ୍ଦଷକ୍ସବଜ୍ଞସଳ.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ)) କୁ ଲୋକାର୍ପଣ କରି କହିଥିଲେ ଯେ ଏହି ବ୍ୟବସ୍ଥା ଦ୍ୱାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ । ଏହି ଅବସରରେ ମନ୍ତ୍ରୀ ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ (ଙ୍ଗଙ୍ଗଙ୍ଗ.କ୍ଷବଭକ୍ଟଙ୍କକ୍ସୟସକ୍ସରମଗ୍ଧକ୍ଟକ୍ସବଗ୍ଧର.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ) ଏବଂ କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟ (ଙ୍ଗଙ୍ଗଙ୍ଗ.ୟଲଭ.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ) ର ଦୁଇଗୋଟି ୱେବ୍ସାଇଟ୍ କୁ ମଧ୍ୟ ଲୋକାର୍ପଣ କରିଥିଲେ । ତତ୍ସହିତ ‘ଶ୍ରମ କଲ୍ୟାଣ’ ନାମକ ଏକ ବୁଲେଟିନ୍ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ ଶ୍ରମିକମାନଙ୍କୁ ବିଭାଗ ତରଫରୁ ମୁଖ୍ୟଅତିଥି ଆର୍ôଥକ ସହାୟତା ପ୍ରଦାନ କରିଥିଲେ ।
ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଉପସ୍ଥିତ ଶ୍ରମିକମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ଶ୍ରମିକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ବହୁବିଧ କଲ୍ୟାଣ ରାଜ୍ୟ ସରକାରଙ୍କ ପ୍ରାଥମିକତା । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଆମ ରାଜ୍ୟ ଭାରତବର୍ଷରେ ଆଜି ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି ।
ଏହି ସମାରୋହରେ ମୁଖ୍ୟ ଶାସନ ସଚିବସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ କହିଥିଲେ ଯେ ରାଜ୍ୟ ସରକାର ଶ୍ରମିକମାନଙ୍କର ବହୁବିଧ କଲ୍ୟାଣ ନିମନ୍ତେ ଅଙ୍ଗୀକାରବଦ୍ଧ ଓ ସର୍ବଦା ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶ୍ରମିକ ଭାଇଭଉଣୀମାନଙ୍କ ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ ଅହରହ କାର୍ଯ୍ୟ କରୁଥିବା ପ୍ରମୁଖ ଶ୍ରମିକ ସଂଗଠନର ୪ଜଣ ଶ୍ରମିକ ନେତାଙ୍କୁ ଏହି କାର୍ଯ୍ୟକ୍ରମରେ ‘ବିଜୁ ଶ୍ରମିକ ବନ୍ଧୁ ସମ୍ମାନ-୨୦୨୨’ରେ ସମ୍ମାନିତ କରାଯାଇଥିଲା ।
ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲାବେଳେ ଶ୍ରମ ଆୟୁକ୍ତ ଡ. ଏନ୍ ଥିରୁମାଲା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗର ବରିଷ୍ଠ ପଦାଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର ନେତୃମଣ୍ଡଳୀ ଏବଂ ବହୁ ଶ୍ରମିକ ଭାଇଭଉଣୀମାନେ ଯୋଗ ଦେଇଥିଲେ ।